ବଢ଼ୁଛି ସଂକ୍ରମଣ; ରାଜ୍ୟରେ ଆଉ ୭ କରୋନା ପଜିଟିଭ୍ ଚିହ୍ନଟ, ସୁନ୍ଦରଗଡ଼ର ୪ ଓ ଭଦ୍ରକର ୩ ସଂକ୍ରମିତ ଚିହ୍ନଟ
ଭୁବନେଶ୍ବର : ଲକଡାଉନ ସତ୍ୱେ ରାଜ୍ୟରେ ଧୀରେ ଧୀରେ ବଢ଼ୁଛି ସଂକ୍ରମିଣ । ଆଜି ସକାଳ ସୁଦ୍ଧା ରାଜ୍ୟରେ ଆଉ ୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଲା ।
ଏମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୪ ଜଣ ଓ ଗଦ୍ରକରୁ ୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛି । ଫଳରେ ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଓ ଭଦ୍ରକରେ ୧୯କୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହି ସୂଚନା ମିଳିଛି ।
Comments
Post a Comment