ରାଜ୍ୟରେ ଆଉ ୯ ଜଣଙ୍କ ଜୀବନ ନେଲା କରୋନା; ମୋଟ ମୃତକ ୬୯୧; ପୁଣି ୪୨୦୯ ନୂଆ ମାମଲା ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ଆହୁରି ୯ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏଥି ସହ ମୃତ୍ୟୁ ସଂଖ୍ୟା ୬୯୧ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆଉ ୪,୨୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ୧,୭୫,୫୫୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।

ନଅ ଜଣଙ୍କ ମୃତକଙ୍କ ମଧ୍ୟରୁ ବରଗଡ଼ ଜିଲ୍ଲାରୁ ସର୍ବଧିକ ଦୁଇ ଜଣ ଆକ୍ରାନ୍ତ ଅଛନ୍ତି । ଭଦ୍ରକ, ବଲାଙ୍ଗୀର, କଟକ, ଗଜପତି, ପୁରୀ, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଅଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ବରଗଡ଼ ଜିଲ୍ଲାରେ ଦୁଇ ଜଣ ମୃତକ ମଧ୍ୟରୁ ଜଣେ ୫୫ ବର୍ଷୀୟା ମହିଳା ଓ ଅନ୍ୟ ଜଣେ ୬୩ ବର୍ଷୀୟ ପୁରୁଷ ଅଛନ୍ତି । ୫୫ ବର୍ଷୀୟା ମହିଳା ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିବା ବେଳେ ୬୩ ବର୍ଷୀୟ ପୁରୁଷ ପୂର୍ବରୁ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ଭଦ୍ରକ ଜିଲ୍ଲାରେ ମୃତକ ଜଣେ ୫୨ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ବଲାଙ୍ଗୀର ଜିଲ୍ଲାରେ ମୃତକ ଜଣେ ୫୫ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ ଥିଲେ । କଟକ ଜିଲ୍ଲାରେ ମୃତକ ଜଣେ ୭୮ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ଗଜପତି ଜିଲ୍ଲାରେ ମୃତକ ଜଣେ ୩୭ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କ୍ରନିକ୍ ଅବଷ୍ଟ୍ରକ୍ଟିଭ୍ ଫୁସଫୁସ ରୋଗରେ ପୀଡ଼ିତ ଥିଲେ । ପୁରୀ ଜିଲ୍ଲାରେ ମୃତକ ଜଣେ ୭୩ ବର୍ଷୀୟ ପୁରୁଷ ଓ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ରାୟଗଡା ଜିଲ୍ଲାରେ ମୃତକ ଜଣେ ୫୨ ବର୍ଷୀୟ ପୁରୁଷ ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିଲେ । ସମ୍ବଲପୁର ଜିଲ୍ଲାରେ ମୃତକ ଜଣେ ୬୦ ବର୍ଷୀୟା ମହିଳା ଓ ସେ ପୂର୍ବରୁ କୌଣସି ରୋଗରେ ପୀଡ଼ିତ ନ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆ ଯାଇଛି ।

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୨,୪୪୧ ଜଣ ଅଛନ୍ତି । ବାକି ୧,୭୬୮ ଜଣ ଆକ୍ରାନ୍ତ ସ୍ଥାନୀୟ ବାସିନ୍ଦା । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୫,୫୫୦ କୁ ବୃଦ୍ଧି ପାଇଛି।

ଖୋର୍ଦ୍ଧାରୁ ଆଜି ସର୍ବାଧିକ ୬୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୪୯୧, ପୁରୀରୁ ୩୨୬, ବାଲେଶ୍ୱରରୁ ୧୮୩, ଯାଜପୁରରୁ ୧୭୬, ସମ୍ବଲପୁରରୁ ୧୫୪, କେନ୍ଦ୍ରାପଡ଼ାରୁ ୧୨୩, ସୁନ୍ଦରଗଡ଼ରୁ ୧୨୧, ବରଗଡ଼ରୁ ୧୧୬,କୋରାପୁଟରୁ ୧୧୪, ମୟୂରଭଞ୍ଜରୁ ୧୦୭, ନବରଙ୍ଗପୁରରୁ ୧୦୨, ଅନୁଗୁଳରୁ ୧୦୯ ଓ କେନ୍ଦ୍ରୀୟ ବାହିନୀରୁ ୨୧୦ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭଦ୍ରକରୁ ୪୩, ବଲାଙ୍ଗୀରରୁ ୭୮, ବୌଦ୍ଧରୁ ୫୫, ଦେଓଗଡ଼ରୁ ୨୩, ଢ଼େଙ୍କାନାଳରୁ ୮୦, ଗଜପତିରୁ ୪୩, ଗଞ୍ଜାମରୁ ୬୫, ଝାରସୁଗଡ଼ାରୁ ୮୦, କଳାହାଣ୍ଡିରୁ ୯୦, କେନ୍ଦୁଝରରୁ ୭୨, ମାଲକାନିଗିରିରୁ ୬୩, ନୟାଗଡ଼ରୁ ୪୭, ନୂଆପଡ଼ାରୁ ୫୨, ରାୟଗଡ଼ାରୁ ୯୨ ଓ ସୋନପୁରରୁ ୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଓଡ଼ିଶାରେ କରୋନା ଭାଇରସ୍ ସଂକ୍ରମଣ ତୀବ୍ର ଗତିରେ ବଢ଼ିଚାଲିଛି । ଏ ପର୍ଯ୍ୟନ୍ତ ରାଜ୍ୟରେ ୧,୩୭,୫୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ୩୭,୨୩୯ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ଚଳିତ ମାସରେ କରେନା ପଜିଟିଭଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ଗତ ଚାରି ଦିନ ହେବ ରାଜ୍ୟରେ କରୋନା ଭାଇରସ୍ ସଂକ୍ରମଣ ୪,୦୦୦ ରୁ ଅଧିକ ଦେଖିବାକୁ ମିଳୁଛି । ଏହା ପ୍ରଶାସନ ପାଇଁ ବଡ଼ ଚିନ୍ତାର କାରଣ ହୋଇଛି ।

Comments

Popular posts from this blog

ଲୋକଡାଉନରେ ମାଲକାନଗିରି ଜିଲ୍ଲା

କୋଭିଡ-୧୯ ଓ ଲକଡାଉନକୁ ଦୃଷ୍ଟିରେ ରଖି ପରୀକ୍ଷା ଓ ଶିକ୍ଷାବର୍ଷ ପାଇଁ ୟୁଜିସି ପକ୍ଷରୁ ଗାଇଡଲାଇନ ଜାରି

ନିଖୋଜ ୧୭ ଯବାନଙ୍କ ଉଦ୍ଧାର ହେଲା ମୃତ ଦେହ; ଗତକାଲିଠାରୁ ନିଖୋଜ ଥିଲେ ୧୭ ଯବାନ