Posts

Showing posts with the label ସବୁ ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ

କ୍ୟାବିନେଟର ବଡ ନିଷ୍ପତ୍ତି, ରାଜ୍ୟର ସବୁ ବିଶ୍ୱବିଦ୍ୟାଳୟ ପାଇଁ ଗୋଟିଏ ଆଇନ

Image
ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ଉଚ୍ଚଶିକ୍ଷା ବିଭାଗର କେତେକ ପ୍ରସ୍ତାବକୁ ଅନୁମୋଦନ କରିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନସିଂ ଜରିଆରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ ଭାଗ ନେଇଥିଲେ। କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ୧୯୮୯ ଶିକ୍ଷା ଆଇନ ରାଜ୍ୟରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟଗୁଡିକ ପାଇଁ ପ୍ରଯୁଜ୍ୟ ଥିବା ବେଳେ ଏକକ ବିଶ୍ୱବିଦ୍ୟାଳୟ ଭାବେ ରେଭେନ୍ସା ବିଶ୍ୱବିଦ୍ୟାଳୟ ପାଇଁ ଅଲଗା ୨୦୦୫ ଆଇନ ପ୍ରଣୟନ କରାଯାଇଥିଲା ଓ ପରେ ପୁଣି ୧୯୮୯ ଆଇନ ଅନୁଯାୟୀ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ଏକକ ବିଶ୍ୱବିଦ୍ୟାଳୟ ଭାବେ ଗଠନ କରାଯାଇଥିଲା। ତେଣୁ କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ ଏଣିକି ରେଭେନ୍ସା ସମେତ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ୧୯୮୯ ଆଇନ ଅନୁଯାୟୀ ପରିଚାଳିତ ହେବେ। ୧୯୮୯ ଶିକ୍ଷା ଆଇନରେ ମଧ୍ୟ ଆଜି କ୍ୟାବିନେଟ ଅନ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ ପାଇଁ ଅନୁମୋଦନ କରିଛନ୍ତି। ସେଗୁଡିକ ମଧ୍ୟରେ ରହିଥିବା ବିଷୟଗୁଡିକ ହେଉଛି – ୧. ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟଗୁଡ଼ିକରେ ଆଉ ସିନେଟ ବ୍ୟବସ୍ଥା ରହିବ ନାହିଁ, କେବଳ ସିଣ୍ଡିକେଟ ବ୍ୟବସ୍ଥା ରହିବ କିନ୍...